ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବିଷ୍ୟତରେ ଏପରି ଘଟଣା ପୁନରାବୃତ୍ତି ନହେବା ପାଇଁ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ନବୀନଙ୍କ ପରାମର୍ଶ ସବୁବେଳେ ତାଙ୍କ ପାଇଁ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୋହନ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଗତର ନାଥ ଜଗନ୍ନାଥ କେବଳ ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି, ସେ ସାରା ଜଗତ ଅର୍ଥାତ ସ୍ବର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ ଅଟନ୍ତି । ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ । ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିରେ ସାରା ଜଗତ ଦୁଃଖିତ । ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ଵାଭାବିକ । ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ ।
n style="font-family: __Noto_Sans_4cce57, __Noto_Sans_Fallback_4cce57; font-size: 17px;">ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆଡପ ମଣ୍ଡପ ପହଣ୍ଡି ବିଜେ ସମୟରେ ହୋଇଥିବା ଅଘଟଣ ବିଷୟରେ ଜାଣିବାପରେ ମୁଁ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯିବାକୁ ନିର୍ଦ୍ଦେଶ ଦେଇଥିଲି । ଏହା ସହିତ ଭବିଷ୍ୟତରେ ଏହାର ଯେପରି ପୁନରାବୃତ୍ତି ନଘଟିବ ସେଥିପାଇଁ ଯତ୍ନବାନ ହେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛି । ଏ ସମ୍ବନ୍ଧରେ ଆପଣ ମୋତେ ଲେଖିଥିବା ପତ୍ରକୁ ମୁଁ ଗୁରୁତ୍ବର ସହ ପାଠ କରିଛି । ଆମେ ସମସ୍ତେ ମିଶି ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ସେବା ଓ ଶ୍ରୀଗୁଣ୍ଡିଚା ଯାତ୍ରା ସଠିକ ଭାବେ ସମ୍ପନ୍ନ କରିବା । ଆପଣଙ୍କର ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।