ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ: ୮.୫% ଅଭିବୃଦ୍ଧି ଲକ୍ଷ୍ୟ

Odishakhabar:

  ଭୁବନେଶ୍ବର: ଗତକାଲି ସଂସଦରେ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହୋଇଥିବା ବେଳେ ଆସନ୍ତାକାଲି (ଗୁରୁବାର) ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହେବାକୁ ଯାଉଛି । ବିଜେପି ସରକାର ପ୍ରଥମ ବଜେଟର ରୂପରେଖ କିପରି ରହିବ, ସେନେଇ ସମସ୍ତଙ୍କ ନଜର ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଗୃହରେ ବଜେଟ ଉପସ୍ଥାପନ କରିବେ । ଏହା ପୂର୍ବରୁ ଆଜି ସଂଧ୍ୟାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି ।

ଯୋଜନା ଓ ସଂଯୋଜନ ବିଭାଗ ଦ୍ବାରା ପ୍ରକାଶ ପାଇଥିବା ରାଜ୍ୟ ଅର୍ଥନୈତିକ ସର୍ଭେର ଆକଳନ ଅନୁସାରେ, ଆର୍ଥିକବର୍ଷ ୨୦୨୩-୨୪ ପାଇଁ ରାଜ୍ୟର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ । ଏହି ହାର ଗତ ଅର୍ଥାତ ଆର୍ଥିକବର୍ଷ ୨୦୨୨-୨୩ ରେ ୭.୯ ପ୍ରତିଶତ ରହିଥିଲା ।

">ସେହିପରି ରାଜ୍ୟରେ ମୁଣ୍ଡପିଛା ଆୟ ୨୦୨୩-୨୪ ଆର୍ଥିକ ବର୍ଷରେ ୧,୬୧,୪୩୭ ଟଙ୍କାରେ ପହଞ୍ଚିଛି । ଯାହା ଜାତୀୟ ମୁଣ୍ଡପିଛା ଆୟର ହାର ଠାରୁ ପ୍ରାୟ 12 ପ୍ରତିଶତ ତଳେ ରହିଛି ।ସର୍ଭେରେ ଅଗ୍ରୀମ ଆକଳନ ଅନୁସାରେ ବର୍ଷ 2023-24 ରେ ରାଜ୍ୟର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ । ଏହି ଅଭିବୃଦ୍ଧି ହାର ଗତ ଆର୍ଥିକ ବର୍ଷ ୨୦୨୨-୨୩ ରେ ୭.୯ ପ୍ରତିଶତ ଥିଲା । ଶିଳ୍ପ ଏବଂ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁ ଏହା ସମ୍ଭବ ହୋଇପାରିଥିବା ସର୍ଭେରେ କୁହାଯାଇଛି ।

ଓଡିଶାରେ ମୁଣ୍ଡପିଛା ଆୟ ୨୦୨୩-୨୪ ରେ ୧,୬୧,୪୩୭ ଟଙ୍କାରେ ପହଞ୍ଚିଛି । ଯାହା ଦେଶର ଜାତୀୟ ମୁଣ୍ଡପିଛା ଆୟ ୧,୮୪,୨୦୫ ଟଙ୍କା ଠାରୁ ପ୍ରାୟ ୧୨.୪% ପ୍ରତିଶତ କମ ରହିଛି । କୃଷିକ୍ଷେତ୍ର ୨୦୨୩-୨୪ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଅଭିବୃଦ୍ଧି ହାର ୩.୫ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି । ସେହିପରି ଶିଳ୍ପ କ୍ଷେତ୍ରରେ କରାଯାଉଥିବା ଅଗ୍ରୀମ ଆକଳନ ଅନୁସାରେ ୨୦୨୩-୨୪ ବର୍ଷରେ ଓଡିଶାରେ ଅଭିବୃଦ୍ଧି ହାର ୮.୭ ପ୍ରତିଶତ ହେବ । ସେବା କ୍ଷେତ୍ରରେ ଅଭିବୃଦ୍ଧି ହାର ୯.୨% ରହିବା ବୋଲି ଆକଳନ ପ୍ରକାଶ ପାଇଛି ।

ନୀତି ଆୟୋଗ ଅନୁଯାୟୀ ବହୁବିଧ ଦାରିଦ୍ର୍ୟ ଅନୁପାତ ହାର ବର୍ଷ ୨୦୧୫-୧୬ ରେ ୨୯.୩ ପ୍ରତିଶତ ଥିବା ବେଳେ ୨୦୧୯-୨୧ ବେଳକୁ ଏହା ୧୫.୭ ପ୍ରତିଶତକୁ ହ୍ରାସ ପାଇଛି । ଏହି ବର୍ଷଗୁଡିକ ଭିତରେ ପ୍ରାୟ ୬୨ଲକ୍ଷରୁ ଅଧିକ ରାଜ୍ୟବାସୀ ଦାରିଦ୍ର୍ୟ ସୀମାରେଖାରୁ ମୁକ୍ତ ହେଇଥିବା ସର୍ଭେ ରିପୋର୍ଟରେ ଦର୍ଶାଯାଇଛି । ତେବେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧି ୩.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ ପ୍ରକାଶ ପାଇଛି ।

ଆର୍ଥିକବର୍ଷ ୨୦୨୩-୨୪ରେ ପୁଞ୍ଜି ବୟବରାଦ ପ୍ରାୟ ୫୧,୬୮୩ କୋଟି ଟଙ୍କା ଆବଣ୍ଟନ କରାଯାଇଛି । ଜିଏସଡିପି (ରାଜ୍ୟ ସକଳ ଘରୋଇ ଉତ୍ପାଦ) (GSDP) ପ୍ରାୟ ୬.୨% ରହିଛି । ଯାହାକି ପୂର୍ବ ବର୍ଷ ତୂଳନାରେ ଏହି ପରିମାଣ ପ୍ରାୟ ୩୪.୯ ପ୍ରତିଶତ ଅଧିକ ରହିଛି । ଭିତ୍ତିଭୂମି କ୍ଷେତ୍ରରେ ଥିବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଗାମୀ ବର୍ଷଗୁଡିକରେ ପୁଞ୍ଜି ବ୍ୟୟବରାଦ ବୃଦ୍ଧି ପାଇବାର ସମ୍ଭାବନା ମଧ୍ୟ ଆକଳନରେ ଆକଳନରେ ଦର୍ଶାଯାଇଛି ।

Relaited News

ଆମେରିକା ରାଷ୍ଟ୍ରପତି ନିର୍ବାଚନ; ରେସ୍‌ରୁ ଓହରିଲେ, କ୍ୟାମ୍ପେନିଂ ବନ୍ଦ କଲେ ବାଇଡେନ୍

ଆମେରିକା ରାଷ୍ଟ୍ରପତି ରେସରୁ ଓହରିଲେ ଜୋ ବାଇଡେନ । ଉପ ରାଷ୍ଟ୍ରପତି କମଳା ହାରିସଙ୍କ ନାମକୁ ଡେମୋକ୍ରାଟିକ୍ ଦଳର ନୂଆ ରାଷ୍ଟ୍ରପତି ଚେହେରା ଭାବେ ନୋମିନେଟ୍ କରିଛନ୍ତି ବାଇଡେନ୍ । 2024 ଆମେରିକା ରାଷ୍ଟ୍ରପତି ନିର୍ବାଚନ କ୍ୟାମ୍ପେନିଂରୁ ମଧ୍ୟ ନିଜେ ବାଇଡେନ୍ ଓହରି ଯାଇଛନ୍ତି । ବାଇଡେନ୍ 2024 ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଦ୍ବିତୀୟ ଥର ରାଷ୍ଟ୍ରପତି ପାଇ

ଭବାନୀ ଶଙ୍କର ଭୋଇ ନୂଆ ଉପବାଚସ୍ପତି

ଭୁବନେଶ୍ବର: ନିର୍ବାଚିତ ହେଲେ ଉପବାଚସ୍ପତି । ଭବାନୀ ଶଙ୍କର ଭୋଇଙ୍କ ନାଁରେ ବାଜିଲା ମୋହର । ନିର୍ଦ୍ବନ୍ଦ୍ବରେ ନୂଆ ଉପବାଚସ୍ପତି ଭାବେ ଭବାନୀ ଶଙ୍କର ଭୋଇ ନିର୍ବାଚିତ ହୋଇଛନ୍ତି । ଏନେଇ ବାଚସ୍ପତି ସୁରମା ପାଢୀ ତାଙ୍କ ନାଁ ଘୋଷଣା କରିଛନ୍ତି । ଦୁଇ ଥରର ବିଧାୟକ ହେଉଛନ୍ତି ଭବାନୀ ଭୋଇ । ଭବାନୀ ହିଁ ଜଣେ ମାତ୍ର ବିଧାୟକ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଥ

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ; ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ

ନିଷ୍ପତ୍ତି ସମ୍ପର୍କରେ ଭାରତୀୟ ପ୍ରତ୍ନତାତ୍ତିକ ବିଭାଗ ‘ଏଏସଆଇ’ ସୁପରିଟେଣ୍ଡେଣ୍ଟ ଡି.ବି ଗଡନାୟକ ସୂଚନା ଦେଇଛନ୍ତି । 2018 ମସିହାର ରିପୋର୍ଟ ଓ ଲେଜର ସ୍କାନିଂ ରିପୋର୍ଟ ଆଧାରରେ ରତ୍ନଭଣ୍ଡାର ଖୋଲାହେବ । ରତ୍ନଭଣ୍ଡାର କମିଟି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି ସମ୍ପର୍କରେ ନିଷ୍ପତ୍ତି ନେବ । ଭାରତୀୟ ପ୍ରତ୍ନତାତ୍ତିକ ବିଭାଗ ‘ଏଏସଆଇ&rsq

SCBରେ ନର୍ସ ଓ ହାଉସ ସର୍ଜନ ବିବାଦ ଥମିଲା

ାସ୍ଥ୍ୟ ବିକାଶ ସମିତି ତଥା ସିଏମ୍‌ସି କମିଶନର ବିଜୟ କୁମାର ଦାଶ । ତେବେ ବଡ଼ ମେଡିକାଲରେ କାର୍ଯ୍ୟରତ ନର୍ସିଂ ଷ୍ଟାଫ୍ ଓ ହାଉସ୍ ସର୍ଜନଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ଆଜି ଉଗ୍ର ରୂପ ନେଇଥିଲା । ଗତକାଲି ଡକରା ଅନୁଯାୟୀ ଆଜିଠୁ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲେ ହାଉସ ସର୍ଜନ । ଆନ୍ଦୋଳନ ସମୟରେ ଏମରଜେନ୍ସି ଡ୍ୟୁଟି, ଲେବର ରୁମ, କାଜୁଆଲଟି

ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ

ହସ୍ପିଟାଲରେ ଲାଗିଲା ନିଆଁ । କଟକ ପୁରୀଘାଟ ଥାନା ନିକଟ ଏକ ଘରୋଇ ହସ୍ପିଟାଲରେ ନିଆଁ ଲାଗିଛି । ତେବେ ପ୍ରାଥମିକ ସୂଚନା ମୁତାବକ, ସର୍ଟସର୍କିଟରୁ ଏହି ନିଆଁ ଲାଗିଥିବାବେଳେ, ବର୍ତ୍ତମାନ ସମୟରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି । ଅନ୍ୟପଟେ ରୋଗୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେ

ଆସନ୍ତାକାଲିଠୁ SCBରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ଟଡୋର, ୱାର୍ଡ, ICU ଓ OTରେ କାର୍ଯ୍ୟ କରିବେ ନାହିଁ ବୋଲି ରୋକଠୋକ କହିଛନ୍ତି ହାଉସ ସର୍ଜନ । ସେମାନଙ୍କ ଦାବି ପୂରଣ ନ ହେବା ଯାଏଁ ଆନ୍ଦୋଳନ ଜାରି ରହିବ । ସେପଟେ ହାଉସ ସର୍ଜନଙ୍କ କାର୍ଯ୍ୟବନ୍ଦ ପ୍ରଭାବରେ ରୋଗୀଙ୍କ ଉପରେ ବିଶେଷ ଭାବରେ ପ୍ରଭାବ ପଡ଼ିବ । ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ହାଉସ ସର୍ଜନ ଓ ନର୍ସିଂ କର୍ମଚାରୀଙ୍କ ଭିତରେ ଚାଲିଥିବା ବିବା

ଶ୍ରୀବିଗ୍ରହଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସରିଲା ଅଧରପଣା ନୀତି । ଅଧରହାଣ୍ଡି ଭଙ୍ଗାଯିବା ପରେ ପଣା ପାଇ ତୃପ୍ତ ହୋଇଛନ୍ତି ଚଣ୍ଡି ଚାମୁଣ୍ଡା ଓ ଅଶରୀରୀ । ଆଜି ଆଷାଢ ଶୁକ୍ଳ ଦ୍ବାଦଶୀ ଜ୍ୟେଷ୍ଠ ନକ୍ଷତ୍ର ତିଥିରେ ଅଧରପଣା ନୀତି ଅନୁଷ୍ଠିତ ହୋଇଥିଲା । ତିନି ଠାକୁରଙ୍କ ଠାରେ 9ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହୋଇଥିଲା । ଏହାପରେ ଅଧର ପଣାକୁ ଚଣ୍ଡି ଚାମୁଣ୍ଡା, ଅଶର

ରାଜ୍ୟପାଳଙ୍କ ପୁଅ ନାଁରେ ସାଂଘାତିକ ଅଭିଯୋଗ: ରାଜଭବନ କର୍ମଚାରୀଙ୍କୁ ଅତ୍ୟାଚାର

ଭୁବନେଶ୍ୱର: ASOଙ୍କୁ ମାଡମାରିଲେ ରାଜ୍ୟପାଳଙ୍କ ପୁଅ ! ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ ସଚିବଙ୍କ ପାଖରେ ଲିଖିତ ଭାବେ ଜଣାଇଥିଲେ ପୀଡିତ ଏଏସଓ ବୈକୁଣ୍ଠନା

ଆକ୍ସନ ମୋଡରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ:ନୀତି ବିଶୃଙ୍ଖଳା ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ

ପୁରୀ: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ରଥ ଚାରମାଳ ଉପରେ ପଡ଼ିଯିବା ଘଟଣା ଏବେ ସାରା ବିଶ୍ବରେ ଚର୍ଚ୍ଚାର ବିଷୟ ହୋଇଛି । ଅନଭିଜ୍ଞ ଯୁବ ସେବାୟତ ରଥରେ ଗହଳି କରି ମୋବାଇଲରେ ବ୍ୟସ୍ତ ରହୁଥିବା ଅଭିଯୋଗ ହେଉଛି । ଅନାବଶ୍ୟକ ଭିଡ଼ ଏଭଳି ଅଘଟଣର ଏକ ପ୍ରମୁଖ କାରଣ ବୋଲି କୁହାଯାଉଛି । ଏହାପରେ ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ରାତାରାତି ବଦଳି ହୋଇଛି

Recent News