ମୋହନଙ୍କୁ ନବୀନଙ୍କ ଚିଠି; ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଭକ୍ତଙ୍କୁ କରିବ ଆଶ୍ବସ୍ତ

 ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଡପ ମଣ୍ଡପରେ ବଡ ଠାକୁରଙ୍କ ପହଣ୍ଡି ବେଳେ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ନବୀନ । ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କ ହାଲୁକା ମନ୍ତବ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବେ ବ୍ୟଥିତ କରିଛି ବୋଲି ନବୀନ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଭକ୍ତଙ୍କୁ ଆଶ୍ବସ୍ତ କରିବ ବୋଲି ସେ ଆଶାବାଦୀ ଥିବା କହିଛନ୍ତି ।

_Noto_Sans_4cce57, __Noto_Sans_Fallback_4cce57; font-size: 17px;">ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ଚିଠିରେ ଦର୍ଶାଇଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଅସ୍ମିତାର ପ୍ରତୀକ । ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ । ସେ ହେଉଛନ୍ତି ଏ ଜାତିର ମଉଡମଣି । ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଜଗନ୍ନାଥ ପ୍ରେମୀ ଆସି ପୁରୀ ଧାମରେ ସମ୍ମିଳିତ ହୋଇଥାନ୍ତି । ସାରା ବିଶ୍ବର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ । ଏତଦ ବ୍ୟତୀତ ଟିଭି ଓ ସାମାଜିକ ଗଣମାଧ୍ୟମ ଜରିଆରେ ସାରା ବିଶ୍ବର କୋଟି କୋଟି ଜଗନ୍ନାଥ ପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସଂଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି ।

ପୂର୍ବତନ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥିତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ମହାପ୍ରଭୁ ହେଉଛନ୍ତି ଓଡିଆ ଜାତିର ଇଷ୍ଟ । ତାଙ୍କର ପହଣ୍ଡି ବେଳେ ଏଭଳି ଅଘଟଣ ଅଶ୍ରୁତପୂର୍ବ । ଚାରମାଳରେ ପହଣ୍ଡି ସମୟରେ ବଡଠାକୁର ମୁହଁ ମାଡି ପଡିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେ ଏଭଳି ଘଟଣା କେବେ ଘଟି ନଥିଲା । ଆଖିରେ ଦେଖି ମଧ୍ୟ ଏଭଳି ଅଘଟଣକୁ ବିଶ୍ବାସ କରି ହେଲାନାହିଁ ।

ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟ ହାଲୁକା ମନ୍ତବ୍ୟ ଦେଲେ । ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି । ସରକାରଙ୍କର ଏଭଳି ଅଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ବସ୍ତ କରିବାରେ ସମର୍ଥ ହେଲାନାହିଁ । ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ବାସର କେନ୍ଦ୍ରବିନ୍ଦୁ । ଆପଣ ନିଜେ ଦାୟିତ୍ଵ ନେଇ ଏଭଳି ଅଘଟଣ ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବେ । ମୋର ବିଶ୍ବାସ ଏ ଦିଗରେ ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ କୋଟି କୋଟି ଭକ୍ତଙ୍କୁ ଆଶ୍ବସ୍ତ କରିବାରେ ସହାୟକ ହେବ । ମୁଖ୍ୟମନ୍ତ୍ରୀଙ୍କୁ ଏଭିଳି ଅନୁରୋଧ କରିଛନ୍ତି ନବୀନ ।

Relaited News

ଆମେରିକା ରାଷ୍ଟ୍ରପତି ନିର୍ବାଚନ; ରେସ୍‌ରୁ ଓହରିଲେ, କ୍ୟାମ୍ପେନିଂ ବନ୍ଦ କଲେ ବାଇଡେନ୍

ଆମେରିକା ରାଷ୍ଟ୍ରପତି ରେସରୁ ଓହରିଲେ ଜୋ ବାଇଡେନ । ଉପ ରାଷ୍ଟ୍ରପତି କମଳା ହାରିସଙ୍କ ନାମକୁ ଡେମୋକ୍ରାଟିକ୍ ଦଳର ନୂଆ ରାଷ୍ଟ୍ରପତି ଚେହେରା ଭାବେ ନୋମିନେଟ୍ କରିଛନ୍ତି ବାଇଡେନ୍ । 2024 ଆମେରିକା ରାଷ୍ଟ୍ରପତି ନିର୍ବାଚନ କ୍ୟାମ୍ପେନିଂରୁ ମଧ୍ୟ ନିଜେ ବାଇଡେନ୍ ଓହରି ଯାଇଛନ୍ତି । ବାଇଡେନ୍ 2024 ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଦ୍ବିତୀୟ ଥର ରାଷ୍ଟ୍ରପତି ପାଇ

ଭବାନୀ ଶଙ୍କର ଭୋଇ ନୂଆ ଉପବାଚସ୍ପତି

ଭୁବନେଶ୍ବର: ନିର୍ବାଚିତ ହେଲେ ଉପବାଚସ୍ପତି । ଭବାନୀ ଶଙ୍କର ଭୋଇଙ୍କ ନାଁରେ ବାଜିଲା ମୋହର । ନିର୍ଦ୍ବନ୍ଦ୍ବରେ ନୂଆ ଉପବାଚସ୍ପତି ଭାବେ ଭବାନୀ ଶଙ୍କର ଭୋଇ ନିର୍ବାଚିତ ହୋଇଛନ୍ତି । ଏନେଇ ବାଚସ୍ପତି ସୁରମା ପାଢୀ ତାଙ୍କ ନାଁ ଘୋଷଣା କରିଛନ୍ତି । ଦୁଇ ଥରର ବିଧାୟକ ହେଉଛନ୍ତି ଭବାନୀ ଭୋଇ । ଭବାନୀ ହିଁ ଜଣେ ମାତ୍ର ବିଧାୟକ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଥ

ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ: ୮.୫% ଅଭିବୃଦ୍ଧି ଲକ୍ଷ୍ୟ

ଭୁବନେଶ୍ବର: ଗତକାଲି ସଂସଦରେ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହୋଇଥିବା ବେଳେ ଆସନ୍ତାକାଲି (ଗୁରୁବାର) ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହେବାକୁ ଯାଉଛି । ବିଜେପି ସରକାର ପ୍ରଥମ ବଜେଟର ରୂପରେଖ କିପରି ରହିବ, ସେନେଇ ସମସ୍ତଙ୍କ ନଜର ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଗୃହରେ ବଜେଟ ଉପସ୍ଥାପନ କରିବେ । ଏହା ପୂର୍ବରୁ ଆଜି ସଂଧ୍ୟାରେ ଅର୍ଥନ

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ; ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ

ନିଷ୍ପତ୍ତି ସମ୍ପର୍କରେ ଭାରତୀୟ ପ୍ରତ୍ନତାତ୍ତିକ ବିଭାଗ ‘ଏଏସଆଇ’ ସୁପରିଟେଣ୍ଡେଣ୍ଟ ଡି.ବି ଗଡନାୟକ ସୂଚନା ଦେଇଛନ୍ତି । 2018 ମସିହାର ରିପୋର୍ଟ ଓ ଲେଜର ସ୍କାନିଂ ରିପୋର୍ଟ ଆଧାରରେ ରତ୍ନଭଣ୍ଡାର ଖୋଲାହେବ । ରତ୍ନଭଣ୍ଡାର କମିଟି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି ସମ୍ପର୍କରେ ନିଷ୍ପତ୍ତି ନେବ । ଭାରତୀୟ ପ୍ରତ୍ନତାତ୍ତିକ ବିଭାଗ ‘ଏଏସଆଇ&rsq

SCBରେ ନର୍ସ ଓ ହାଉସ ସର୍ଜନ ବିବାଦ ଥମିଲା

ାସ୍ଥ୍ୟ ବିକାଶ ସମିତି ତଥା ସିଏମ୍‌ସି କମିଶନର ବିଜୟ କୁମାର ଦାଶ । ତେବେ ବଡ଼ ମେଡିକାଲରେ କାର୍ଯ୍ୟରତ ନର୍ସିଂ ଷ୍ଟାଫ୍ ଓ ହାଉସ୍ ସର୍ଜନଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ଆଜି ଉଗ୍ର ରୂପ ନେଇଥିଲା । ଗତକାଲି ଡକରା ଅନୁଯାୟୀ ଆଜିଠୁ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲେ ହାଉସ ସର୍ଜନ । ଆନ୍ଦୋଳନ ସମୟରେ ଏମରଜେନ୍ସି ଡ୍ୟୁଟି, ଲେବର ରୁମ, କାଜୁଆଲଟି

ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ

ହସ୍ପିଟାଲରେ ଲାଗିଲା ନିଆଁ । କଟକ ପୁରୀଘାଟ ଥାନା ନିକଟ ଏକ ଘରୋଇ ହସ୍ପିଟାଲରେ ନିଆଁ ଲାଗିଛି । ତେବେ ପ୍ରାଥମିକ ସୂଚନା ମୁତାବକ, ସର୍ଟସର୍କିଟରୁ ଏହି ନିଆଁ ଲାଗିଥିବାବେଳେ, ବର୍ତ୍ତମାନ ସମୟରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି । ଅନ୍ୟପଟେ ରୋଗୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେ

ଆସନ୍ତାକାଲିଠୁ SCBରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ଟଡୋର, ୱାର୍ଡ, ICU ଓ OTରେ କାର୍ଯ୍ୟ କରିବେ ନାହିଁ ବୋଲି ରୋକଠୋକ କହିଛନ୍ତି ହାଉସ ସର୍ଜନ । ସେମାନଙ୍କ ଦାବି ପୂରଣ ନ ହେବା ଯାଏଁ ଆନ୍ଦୋଳନ ଜାରି ରହିବ । ସେପଟେ ହାଉସ ସର୍ଜନଙ୍କ କାର୍ଯ୍ୟବନ୍ଦ ପ୍ରଭାବରେ ରୋଗୀଙ୍କ ଉପରେ ବିଶେଷ ଭାବରେ ପ୍ରଭାବ ପଡ଼ିବ । ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ହାଉସ ସର୍ଜନ ଓ ନର୍ସିଂ କର୍ମଚାରୀଙ୍କ ଭିତରେ ଚାଲିଥିବା ବିବା

ଶ୍ରୀବିଗ୍ରହଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସରିଲା ଅଧରପଣା ନୀତି । ଅଧରହାଣ୍ଡି ଭଙ୍ଗାଯିବା ପରେ ପଣା ପାଇ ତୃପ୍ତ ହୋଇଛନ୍ତି ଚଣ୍ଡି ଚାମୁଣ୍ଡା ଓ ଅଶରୀରୀ । ଆଜି ଆଷାଢ ଶୁକ୍ଳ ଦ୍ବାଦଶୀ ଜ୍ୟେଷ୍ଠ ନକ୍ଷତ୍ର ତିଥିରେ ଅଧରପଣା ନୀତି ଅନୁଷ୍ଠିତ ହୋଇଥିଲା । ତିନି ଠାକୁରଙ୍କ ଠାରେ 9ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହୋଇଥିଲା । ଏହାପରେ ଅଧର ପଣାକୁ ଚଣ୍ଡି ଚାମୁଣ୍ଡା, ଅଶର

ରାଜ୍ୟପାଳଙ୍କ ପୁଅ ନାଁରେ ସାଂଘାତିକ ଅଭିଯୋଗ: ରାଜଭବନ କର୍ମଚାରୀଙ୍କୁ ଅତ୍ୟାଚାର

ଭୁବନେଶ୍ୱର: ASOଙ୍କୁ ମାଡମାରିଲେ ରାଜ୍ୟପାଳଙ୍କ ପୁଅ ! ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ ସଚିବଙ୍କ ପାଖରେ ଲିଖିତ ଭାବେ ଜଣାଇଥିଲେ ପୀଡିତ ଏଏସଓ ବୈକୁଣ୍ଠନା

Recent News